ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ମୋଦୀ, ମିଳିଲା ଭବ୍ୟ ସ୍ବାଗତ
ସଂସଦର ଶୀତ ଅଧିବେଶନ ସରିଛି । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯାଇ ପହଞ୍ଚିଛନ୍ତି। ୪୩ ବର୍ଷ ପରେ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଇଥିବାରୁ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି ।
କୁଏତର ଆମିର ଶେଖ ମେଶଲ ଅଲ ଶବାହଙ୍କ ନିମନ୍ତ୍ରଣରେ ଡିସେମ୍ବର ୨୧ ଏବଂ ୨୨ ଦୁଇ ଦିନିଆ ଗସ୍ତରେ ସେଠାକୁ ଯାଉଛନ୍ତି ମୋଦି। ସେଠାରେ ପ୍ରଧାନମନ୍ତ୍ରୀ ମୋଦି ପ୍ରମୁଖ ନେତା ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ପ୍ରଧାନମନ୍ତ୍ରୀ ମୋଦି ଏହା ସହ କୁଏତରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। କୁଏତରେ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ମିଳିବାର କାର୍ଯ୍ୟକ୍ରମ ରହିଛି