ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ – ସାର୍ବଜନୀନ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଲୋକଙ୍କ ଜୀବନରେ ପରିବର୍ତ୍ତନ; ମହିଳାଙ୍କ ନେତୃତ୍ବ ଭିତ୍ତିକ ବିକାଶ; ଏସଡିଜିକୁ ତ୍ୱରାନ୍ୱିତ କରିବା; ଏବଂ ଦୀର୍ଘସ୍ଥାୟୀ ଶକ୍ତି ରୂପାନ୍ତରଣ ।ଭାରତର ଜି-୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚା ରେ ଭାରତୀୟ ସଂସଦ ଏହି ଶିଖର ସମ୍ମିଳନୀ ଆୟୋଜନ କରୁଛି । ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ ଅନୁଯାୟୀ, ନବମ ପି୨୦ ଶିଖର ସମ୍ମିଳନୀର ବିଷୟବସ୍ତୁ ହେଉଛି “ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ” । ଏହି କାର୍ଯ୍ୟକ୍ରମରେ ଜି-୨୦ ସଦସ୍ୟ ଏବଂ ଆମନ୍ତ୍ରିତ ଦେଶର ସଂସଦର ବାଚସ୍ପତିମାନେ ଯୋଗଦେବେ। ସେପ୍ଟେମ୍ବର ୯-୧୦, ୨୦୨୩ରେ ନୂଆଦିଲ୍ଲୀ ଜି-୨୦ ନେତୃତ୍ବ ସମ୍ମିଳନୀରେ ଆଫ୍ରିକୀୟ ସଂଘ ଜି-୨୦ର ସଦସ୍ୟ ହେବା ପରେ ପ୍ରଥମ ଥର ପାଇଁ ପାନ୍-ଆଫ୍ରିକା ସଂସଦ ପି-୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ