ଆଉ ମାତ୍ର ତିନି ଦିନ ପରେ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ

ଚନ୍ଦ୍ରପୃଷ୍ଠରେ ରାତି ହେବାକୁ ଆଉ ତିନି ଦିନ ବାକି ଅଛି । ସରି ସରି ଆସୁଛି ରୋଭର ପ୍ରଜ୍ଞାନର ଆୟୁସ  । ଆଉ ମାତ୍ର ତିନି ଦିନ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ ।  ଚନ୍ଦ୍ର ପୃଷ୍ଠର ଦକ୍ଷିଣ ମେରୁରେ ସୂର୍ଯ୍ୟକିରଣ ଚାଲିଗଲେ ଅଚଳ ହୋଇଯିବ ପ୍ରଜ୍ଞାନ  ।  ଭିନ୍ନ ଟେକନିକ ଜରିଆରେ ଚନ୍ଦ୍ରପୃଷ୍ଠରେ ସଲଫର ଥିବାନେଇ ସୂଚନା ଦେଇଛି ପ୍ରଜ୍ଞାନ । ପୂର୍ବରୁ ବି ସଲଫର ଥିବା ନେଇ ସୂଚନା ଦେଇଥିଲା ପ୍ରଜ୍ଞାନ । ରୋଭରରେ ରହିଥିବା ଆଲଫା ପାର୍ଟିକଲ ଏକ୍ସ-ରେ ସ୍ପକ୍ଟ୍ରୋସ୍କୋପ ବା APXS ଜରିଆରେ ସଲଫର ଥିବା ନେଇ ପ୍ରଜ୍ଞାନ ସୂଚନା ଦେଇଛି । ସେପଟେ ଚାରିପଟେ ଖାଲ ଥିବାରୁ ଅଧିକ ଦୂରକୁ ଯାଇପାରୁନି ପ୍ରଜ୍ଞାନ