ନୂଆଦିଲ୍ଲୀ: ଆପଣ ରାଷ୍ଟ୍ରପତି ଭବନ ଉଦ୍ୟାନ ବୁଲିବାକୁ ଚାହୁଁଛନ୍ତି କି । ତେବେ ଡେରି କାହିଁକି ପ୍ଲାନ କରନ୍ତୁ । କାରଣ ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ । ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଏହାକୁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି।ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି । ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ମୋଗଲ ଗାର୍ଡେନରୁ ଅମୃତ ଉଦ୍ୟାନକୁ ପରିବର୍ତ୍ତିତ ହୋଇଥିବା ଏହି ଉଦ୍ୟାନରେ ୧୨ ପ୍ରକାରର ୧୦ ହଜାରୁ ଅଧିକ ଟ୍ୟୁଲିପ ଫୁଲ ରହିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ