ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

ଆଜି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ ।ଏହାପରେ ଅଧିକ ଅଧ୍ୟୟନ ପାଇଁ ଭୁବନେଶ୍ବର ଆସି ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ ।