ଆଜି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ପହଞ୍ଚତ୍ ମହାକୁମ୍ଭ ମେଳା ପରିଦର୍ଶନ କରିବା ସହ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ପ୍ରଚାର ପ୍ରସାର ଓ ସଂରକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ନିଜର ପ୍ରତିଶ୍ରୁତିବଦ୍ଧତାକୁ ପାଳନ କରିଆସିଛନ୍ତି।