ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଓଡ଼ିଶାର ରାଜ୍ୟପାଳ ହେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ। ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିିକ ଓ ଜାମସେଦପୁର କୋ-ଅପରେଟିଭ୍‌‌ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ।  ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ୨୦୦୫ରେ ଅର୍ଜୁୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ। ୨