ଜାନୁଆରି ୧୪ରେ ମକର ସଂକ୍ରାନ୍ତି ପରେ ରାମଲଲାଙ୍କ ପୂଜା ପ୍ରକ୍ରିୟା ଆରମ୍ଭ କରିବା ଏବଂ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ୧୦ ଦିନିଆ ରୀତିନୀତି ପାଳନ କରିବାକୁ ମନ୍ଦିର ଟ୍ରଷ୍ଟ ନିଷ୍ପତ୍ତି ନେଇଛି। ଅଯୋଧ୍ୟାରେ ରାମଲଲାଙ୍କ ମୂର୍ତ୍ତିରେ ‘ପ୍ରାଣପ୍ରତିଷ୍ଠା’ ପରେ ଜାନୁଆରି ୨୪ରେ ଭକ୍ତଙ୍କ ପାଇଁ ରାମ ମନ୍ଦିର ଖୋଲିବାର ସମ୍ଭାବନା ରହିଛି । ଆସନ୍ତା ବର୍ଷ ଜାନୁଆରି ୨୨ ତାରିଖରେ ଏହି ସମାରୋହ ହେବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିବ। ରାମ ମନ୍ଦିରର ତଳ ମହଲାର ନିର୍ମାଣ କାର୍ଯ୍ୟ ଡିସେମ୍ବର ଶେଷ ସୁଦ୍ଧା ଶେଷ ହେବ ଏବଂ ଆସନ୍ତା ବର୍ଷ ଜାନୁଆରି ୨୨ ତାରିଖରେ ମନ୍ଦିରର ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର। ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଜାନୁଆରି ୨୦ରୁ ୨୪ ମଧ୍ୟରେ ଯେ କୌଣସି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ’ପ୍ରାଣ ପ୍ରତିଷ୍ଠା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post
Next Post