ଜାନୁଆରି ୧୪ରେ ମକର ସଂକ୍ରାନ୍ତି ପରେ ରାମଲଲାଙ୍କ ପୂଜା ପ୍ରକ୍ରିୟା ଆରମ୍ଭ କରିବା ଏବଂ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ୧୦ ଦିନିଆ ରୀତିନୀତି ପାଳନ କରିବାକୁ ମନ୍ଦିର ଟ୍ରଷ୍ଟ ନିଷ୍ପତ୍ତି ନେଇଛି। ଅଯୋଧ୍ୟାରେ ରାମଲଲାଙ୍କ ମୂର୍ତ୍ତିରେ ‘ପ୍ରାଣପ୍ରତିଷ୍ଠା’ ପରେ ଜାନୁଆରି ୨୪ରେ ଭକ୍ତଙ୍କ ପାଇଁ ରାମ ମନ୍ଦିର ଖୋଲିବାର ସମ୍ଭାବନା ରହିଛି । ଆସନ୍ତା ବର୍ଷ ଜାନୁଆରି ୨୨ ତାରିଖରେ ଏହି ସମାରୋହ ହେବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିବ। ରାମ ମନ୍ଦିରର ତଳ ମହଲାର ନିର୍ମାଣ କାର୍ଯ୍ୟ ଡିସେମ୍ବର ଶେଷ ସୁଦ୍ଧା ଶେଷ ହେବ ଏବଂ ଆସନ୍ତା ବର୍ଷ ଜାନୁଆରି ୨୨ ତାରିଖରେ ମନ୍ଦିରର ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର। ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଜାନୁଆରି ୨୦ରୁ ୨୪ ମଧ୍ୟରେ ଯେ କୌଣସି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ’ପ୍ରାଣ ପ୍ରତିଷ୍ଠା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post