ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲିଠୁ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ।