ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ।
ମନମୋହନ ସିଂହଙ୍କ ରାଜନୈତିକ ଯାତ୍ରା ୧୯୯୦ ଦଶକର ପ୍ରାରମ୍ଭରେ ଆରମ୍ଭ ହୋଇଥିଲା, ଯେତେବେଳେ ସେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସରକାରରେ ଅର୍ଥମନ୍ତ୍ରୀ ହୋଇଥିଲେ।
ଏହି ସମୟରେ ସେ ଭାରତୀୟ ଅର୍ଥନୀତିକୁ ଉଦାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଅନ୍ୟପ୍ରକାରେ କହିଲେ ଭାରତରେ ଥିବା ଲାଇସେନ୍ସରାଜକୁ ଲୋପ କରି ଅର୍ଥନୀତିକୁ ଖୋଲିବାରେ ତାଙ୍କର ମୁଖ୍ୟ ଭୂମିକା ଥିଲା । ୧୯୯୧ ମସିହାରେ ଦେଶ ସମ୍ମୁଖୀନ ହୋଇଥିବା ଗମ୍ଭୀର ଅର୍ଥନୈତିକ ସଙ୍କଟକୁ ଦୂର କରିବାର କ୍ରେଡିଟ ତାଙ୍କୁ ଦିଆଯାଏ ।
୧୯୯୧ରେ ଆରମ୍ଭ ହୋଇଥିବା ଦେଶର ଅର୍ଥନୈତିକ ସଂସ୍କାରକୁ ଆଗକୁ ବଢ଼ାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛଥିଲେ। ଆଜି ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା ।
ଡ. ସିଂ ୨୬ ସେପ୍ଟେମ୍ବର ୧୯୩୨ରେ ପାକିସ୍ତାନର ପଶ୍ଚିମ ପଂଜାବର ଚକଓ୍ବାଲ ଜିଲ୍ଲାର ସ୍ଥିତ ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୪୭ରେ ଦେଶ ବିଭାଜନ ପରେ ତାଙ୍କ ପରିବାର ଭାରତକୁ ଚାଲି ଆସିଥିଲେ । ମନମୋହନ ସିଂହ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିରେ ଅଧ୍ୟୟନ କରିଥିଲେ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଡି.ଫିଲ ଡିଗ୍ରୀ ନେଇଥିଲେ।