ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ତଥା ରାଜ୍ୟସଭା ସାଂସଦ ସଂଜୟ ସିଂହଙ୍କୁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ଇଡି ହାଜତ ପଠାଯାଇଛି। ବର୍ଷକ ମଧ୍ୟରେ ଆପ୍ର ତୃତୀୟ ନେତାଭାବେ ସଂଜୟ ସିଂହ ଏହି ମାମଲାରେ ଗିରଫ ହୋଇଛନ୍ତି। ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ଏହି ମାମଲାରେ ପୂର୍ବରୁ ଜେଲ୍ରେ ଅଛନ୍ତି। ସଂଜୟ ସିଂହଙ୍କୁ ଆଜି ଦିଲ୍ଲୀ କୋର୍ଟରେ ହାଜର କରାଯାଇଥିଲା। ଆଜି କୋର୍ଟରେ ଇଡି ପକ୍ଷରୁ କୁହାଯାଇଥିଲା ଯେ ଜଣେ ବ୍ୟବସାୟୀ ସାଂସଦ ସିଂହଙ୍କୁ ୨ କୋଟି ଟଙ୍କା ଦେଇଥିଲେ ଏବଂ ଏହି ଟଙ୍କା ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ। ଆପ୍ ସାଂସଦଙ୍କ ବିରୋଧରେ ଇଡି ଡିଜିଟାଲ ପ୍ରମାଣ ଯୋଗାଡ଼ କରିଥିବା କହିଛି। ମାମଲାରେ ଜଣେ ଅଭିଯୁ୍କ୍ତ ଦିନେଶ ଆରୋରାଙ୍କର ଜଣେ କର୍ମଚାରୀ ସାଂସଦ ସିଂହଙ୍କୁ ଏହି ଟଙ୍କା ଦେଇଥିବା ଅଭିଯୋଗ ହୋଇଛି।
Trending
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
Prev Post
Next Post