National ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା On May 20, 2023 ବେଙ୍ଗାଲୁରୁ: କର୍ଣ୍ଣାଟକରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା । ଏଥିପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଏବଂ ବିଜେପି ବିରୋଧୀ ନେତାଙ୍କୁ ନିମନ୍ତ୍ରଣ ପଠାଯାଇଛି । ଶପଥ ସମାରୋହ ପାଇଁ ଭବ୍ୟ ଆୟୋଜନ ହୋଇଛି । କାନ୍ତିରାଭା ଷ୍ଟାଡିୟମରେ ବିଜେପି ବିରୋଧୀମାନେ ଏକତ୍ରିତ ହେବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡି କେ ଶିବକୁମାର । ଉତ୍ସବରେ ସାମିଲ ହେବେ ଛତିଶଗଡ଼, ରାଜସ୍ଥାନ ଓ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସମେତ ତାମିଲନାଡୁ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ । ଆରଜେଡିର ତେଜସ୍ୱୀ ଯାଦବ, ଏନସିପି ସୁପ୍ରିମୋ ଶରଦ ପାୱାର, ପିଡିପି ମୁଖ୍ୟ ମେହବୁବା ମୁଫତି, ସିପିଆଇର ଡି ରାଜା, ସିପିଏମର ସୀତାରାମ ୟେଚୁରୀ ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡିଛି । ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ରହିବେ ନାହିଁ । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଓ ବିଏସପି ସୁପ୍ରିମୋ ମାୟାବତୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ହୋଇନାହିଁ । #india#metro tv#odisha Share