ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର । ଅଜିତଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପତ୍ନୀ ସୁନେତ୍ରା । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ଅଜିତ ପୱାର (ଜନ୍ମ ୧୮ ଅକ୍ଟୋବର ୧୯୬୩) । ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ତାଙ୍କୁ ବିଧି ଓ ଗୋପନୀୟତାର ଶପଥ କରାଇଛନ୍ତି । ଏନସିପି ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ଭାବେ ଚୟନ କରାଯାଇଥିଲା । ପରେ ଲୋକଭବନରେ ଶପଥ ଗ୍ରହଣ କରିଛନ୍ତି । ଏହି ଉତ୍ସବରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅନେକ ନେତା ଉପସ୍ଥିତ ଥିଲେ । ଶପଥ ଗ୍ରହଣ ସମୟରେ ଏନସିପି ନେତାମାନେ “ଅଜିତ ଦାଦା ଅମର ରହେ” ସ୍ଲୋଗାନ ଦେଇ ଅଜିତଙ୍କ ସ୍ମୃତିଚାରଣ କରିଥିଲେ ।ସେ ମହାରାଷ୍ଟ୍ରରୁ ରାଜ୍ୟସଭା ସାଂସଦ ଭାବରେ କାର୍ଯ୍ୟ କରୁଥିଲେ । କିଛି ସମୟ ପୂର୍ବରୁ ସେ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ସେ ଚଳିତ ଲୋକସଭା ନିର୍ବାଚନରେ ବାରାମତୀରୁ ସୁପ୍ରିୟା ସୋଲେଙ୍କ ବିପକ୍ଷରେ ଏନସିପିର ପ୍ରାର୍ଥୀ ଥିଲେ । ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତଙ୍କ ଦାୟିତ୍ଵରେ ଥିବା ଅବକାରୀ ଏବଂ କ୍ରୀଡ଼ା ବିଭାଗ ସମ୍ଭାଳିବେ । କିନ୍ତୁ ଅର୍ଥ ବିଭାଗ ଅସ୍ଥାୟୀ ଭାବରେ ମୁଖ୍ୟମନ୍ତ୍ରୀ ଫଡନାଭିସଙ୍କ ପାଖରେ ରହିବ । ମାର୍ଚ୍ଚ ମାସରେ ବଜେଟ ଅଧିବେଶନ ହେବାକୁ ଥିବାରୁ ଫଡନାଭିସଙ୍କ ପାଖରେ ରହିବ । କିନ୍ତୁ ପରେ ଏନସିପିକୁ ଯିବ ।

Leave a comment