ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ୨ଟି ସ୍ବତନ୍ତ୍ର ଟ୍ରେନ୍ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା |ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ |
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହେଉ ବୋଲି ମୁଁ ପ୍ରାର୍ଥନା କରୁଛି। ଏହି ଦଳାଚକଟା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ କର୍ତ୍ତୃପକ୍ଷ ସହାୟତା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।