ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା, ଭାରତୀୟ ସାକ୍ଷ୍ୟ ଆଇନ ଲୋକସଭାରେ ଆଜି ପାସ୍ ହୋଇଛି । ଏହି ବିଲ୍ ପାସ୍ ଅବସରରେ ନାଗରିକଙ୍କ ସୁରକ୍ଷା, ଗୁରୁତ୍ୱ ଏବଂ ରାଷ୍ଟ୍ରହିତକୁ କଥା କହିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ମବ୍ ଲିଞ୍ଚିଂ ବା ଭିଡ଼ ହିଂସା ଏକ ଘୃଣିତ ଅପରାଧ ଅଟେ । ଆଉ ଭିଡ଼ ହିଂସା ସୃଷ୍ଟିକାରୀଙ୍କୁ ନୂଆ ଆଇନରେ ମୃତ୍ୟୁ ଦଣ୍ଡ ଦେବାର ବ୍ୟବସ୍ଥା ରହିଛି । ଆଜି ଲୋକସଭାରେ ଆଇପିସି, ସିଆରପିସି ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସଂଶୋଧନ ବିଲ୍ ଆଗତ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଭିଡ଼ ହିଂସା ପାଇଁ ନୂଆ ଆଇନରେ କଠୋର ଦଣ୍ଡ ବ୍ୟବସ୍ଥା ରହିଛି । ଭିଡ଼ ହିଂସା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ୭ ବର୍ଷ କିମ୍ବା ଆଜୀବନ କିମ୍ବା ମୃତ୍ୟୁ ଦଣ୍ଡାଦେଶର ବ୍ୟବସ୍ଥା ରହିଛି । ଜିରୋ ଏଫ୍ଆଇଆର୍ ପାଇଁ ମଧ୍ୟ ବିଲ୍ରେ ବ୍ୟବସ୍ଥା କରାଯାଇଛି । ଦୁର୍ଘଟଣା ଘଟାଇ ଆହତଙ୍କୁ ଛାଡ଼ି ପଳାଇଗଲେ, ୧୦ ବର୍ଷା ସଜା । ହିଟ୍ ଆଣ୍ଡ୍ ରନ୍ ପାଇଁ ଦୋଷୀକୁ ୧୦ ବର୍ଷ ଜେଲ୍ ଦଣ୍ଡ ବ୍ୟବସ୍ଥା ରହିଛି । ଏହି ବିଲକୁ ପରେ ରାଜ୍ୟ ସଭାରେ ଆଗତ କରାଯିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Next Post