ଆଜି ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଶପଥ ନେବେ

ଆଜି ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ । ଗତ 8 ତାରିଖରେ ସିଜେଆଇ ଡିୱାଇ ଚନ୍ଦ୍ରଚୁଡ଼ଙ୍କ ଶେଷ କାର୍ଯ୍ୟ ଦିବସରେ ତାଙ୍କୁ ଭବ୍ୟ ବିଦୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା ।  ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରସ୍ତାବକୁ ଅନୁମୋଦନ କରିଥିଲେ ।