ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି ରହିଛି । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁକ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post