ଦେଶର ୫୭ ଲୋକସଭା ଆସନରେ ମତଦାନ ଆରମ୍ଭ
ଲୋକସଭା ନିର୍ବାଚନ-୨୦୨୪ର ଚୂଡ଼ାନ୍ତ ପର୍ଯ୍ୟାୟରେ ଶନିବାର ୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ୍ ୫୭ଟି ଆସନରେ ମତଦାନ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ବିହାର, ଚଣ୍ଡିଗଡ଼, ହିମାଚଳପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଂଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ୫୭ ଲୋକସଭା ଆସନ ସହ ଓଡ଼ିଶାର ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଉଛି।୧୦.୦୬ କୋଟିରୁ ଅଧିକ ଭୋଟର ଏହି ପର୍ଯ୍ୟାୟରେ ୧.୦୯ ଲକ୍ଷ ଭୋଟିଂ ବୁଥ୍ରେ ମୋଟ ୯୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ଭୋଟରଙ୍କ ମଧ୍ୟରେ ୫.୪୨ କୋଟି ପୁରୁଷ ଥିବାବେଳେ ୪.୮୨ କୋଟି ମହିଳା ଏବଂ ୩୫୭୪ ଜଣ ତୃତୀୟ ଲିଙ୍ଗୀ ଅଛନ୍ତି। ଅନ୍ତିମ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ପଞ୍ଜାବରେ ୧୩ ଲେଖାଏଁ ଆସନ, ବିହରରେ ୮, ଓଡ଼ିଶାରେ ୬, ହିମାଚଳପ୍ରଦେଶରେ ୪, ଝାଡ଼ଖଣ୍ଡରେ ୩ ଏବଂ ଚଣ୍ଡୀଗଡ଼ରେ ଗୋଟିଏ ଆସନରେ ଶେଷ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ଜାରି ରହିଛି।