ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ । ଦଳ ପକ୍ଷରୁ ଘନ ଘନ ବୈଠକ କରାଯାଇଥିବା ବେଳେ ଆଜି ବିଧାୟକ ଦଳ ବସି ନେତା ନିର୍ବାଚନ କରିବ । ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କହିଛନ୍ତି ସେ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ନଥିଲେ କିମ୍ବା ଏବେ ମଧ୍ୟ ନାହାନ୍ତି। ସେ ନିଜକୁ ଦଳର ଜଣେ ସାଧାରଣ କର୍ମୀ ବୋଲି କହିବା ସହିତ ତାଙ୍କୁ ଦଳର ନେତୃତ୍ବ ଯେଉଁ ପଦବି ଦେବେ ସେ ସେଥିରେ କାର୍ଯ୍ୟ କରିବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେତାଭାବେ ପାଇଥିବାରୁ ସେ ନିଜକୁ ଧନ୍ୟ ମନେ କରୁଛନ୍ତି ବୋଲି କହିଛନ୍ତି। ରାଜ୍ୟବାସୀ ଦଳକୁ ସ୍ପଷ୍ଟ ବହୁମତ ଦେଇଥିବାରୁ ସେ ଲୋକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା