ନୂଆଦିଲ୍ଲୀ: ରାଜ୍ୟସଭାରେ ପାରିତ ହେଲା ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍। ଆଜି ଗୃହରେ ଉପସ୍ଥିତ ଥିବା ସମସ୍ତ ସାଂସଦ ବିଲ୍ ସମପକ୍ଷରେ ଭୋଟ୍ ଦେଇଛନ୍ତି । ବିଲ୍ ସପକ୍ଷରେ ପଡ଼ିଛି ୨୧୫ ଭୋଟ । ବିଲ୍ ବିରୋଧରେ ଗୋଟିଏ ବି ଭୋଟ ପଡ଼ିନାହିଁ । ସର୍ବସମ୍ମତି କ୍ରମେ ରାଜ୍ୟସଭାରେ ବିଲ୍ ପାରିତ ହୋଇଛି । ବିଲକୁ ରାଷ୍ଟ୍ରପତିଙ୍କ ସ୍ବୀକୃତି ପାଇଁ ପଠାଯିବ । ତେବେ ଗତକାଲି ଲୋକସଭାରେ ବିଲ୍ ପାରିତ ହୋଇଥିଲା । ବିଲ୍ ସପକ୍ଷରେ ୪୫୪ ଖଣ୍ଡ ଭୋଟ୍ ପଡିଥିବା ବେଳେ, ବିଲ୍ ବିରୋଧରେ ପଡ଼ିଥିଲା ମାତ୍ର ୨ଟି ଭୋଟ୍ । ଉଭୟ ଲୋକସଭା ଓ ରାଜ୍ୟସଭାରେ ଗୃହୀତ ହେବା ପରେ ଏବେ ଏହି ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ପଠାଯିବ । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ବିଲଟି ଆଇନରେ ପରିଣତ ହେବ । ବିତର୍କରେ ଭାଗ ନେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ବିଲ୍ ଉପରେ ଦୁଇ ଦିନ ଧରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି। ସମସ୍ତ ସହଯୋଗୀ ଅର୍ଥପୂର୍ଣ୍ଣ ଆଲୋଚନା କରିଛନ୍ତି। ଭବିଷ୍ୟତରେ ମଧ୍ୟ ଏହି ଆଲୋଚନାର ପ୍ରତିଟି ଶବ୍ଦ ଆମ ଯାତ୍ରାରେ ଉପଯୋଗୀ ହେବାକୁ ଯାଉଛି। ଏହି ବିଲକୁ ସମର୍ଥନ କରିଥିବାରୁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । ବର୍ଷ ବର୍ଷ ଧରି ଏହି ବିଲ୍ ପାସ ଅପେକ୍ଷାରେ ଥିଲା । ଯାହା କଂଗ୍ରେସ କରିପାରିଲା ନାହିଁ ତାହା ଆମେ କରିଦେଖାଇଛୁ । ଅମିତ ଶାହ ମଧ୍ୟ ବିଲକୁ ନେଇ ବିଜେପି ସ୍ପଷ୍ଟ ଥିବା କହିଥିଲେ । ଜନଗଣନା ପରେ ଏହି ବିଲ କାର୍ଯ୍ୟକାରୀ ହେବ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀଙ୍କ ପୂର୍ବରୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଥିଲେ ଯେ ମହିଳା ସଂରକ୍ଷଣ ବିଲରେ ଓବିସିମାନଙ୍କୁ ସଂରକ୍ଷଣ ଦିଆଯାଉ । ଯଦି ବିଲରେ ଏପରି ବ୍ୟବସ୍ଥା ନାହିଁ ତେବେ ସଂଶୋଧନ କରାଯାଉ । ଅନ୍ୟାନ୍ୟ ସଦସ୍ୟମାନେ ମଧ୍ୟ ବିଲ୍ କୁ ସମର୍ଥନ କରିଥିଲେ ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା