ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ବସିବ । ଏହି ବୈଠକରେ ମହଙ୍ଗା ଭତ୍ତା (ଡିଏ) ବୃଦ୍ଧି ନେଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ଦଶହରା, ଦିପାବଳୀ ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ଏକ ବଡ଼ ଉପହାର ମିଳିପାରେ । ବୈଠକରେ ୪ ପ୍ରତିଶତ ଡିଏ ବୃଦ୍ଧିକୁ ମଞ୍ଜୁରୀ ମିଳିପାରେ । ଯଦି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନିଅନ୍ତି ତା’ହେଲେ ହଜାର ହଜାର କର୍ମଚାରୀଙ୍କର ଡିଏ ବୃଦ୍ଧି ପାଇ ୪୬ ପ୍ରତିଶତରେ ପହଞ୍ଚିଯିବ ।ବର୍ତ୍ତମାନ କେନ୍ଦ୍ର କର୍ମଚାରୀଙ୍କୁ ୪୨ ପ୍ରତିଶତ ଡିଏ ମିଳୁଥିବା ବେଳେ ଗତ ଜୁଲାଇ ପହିଲାରୁ ନୂଆ ଡିଏ ବୃଦ୍ଧି ପ୍ରଭାବୀ ହୋଇପାରେ । ଫଳରେ କର୍ମଚାରୀମାନେ ଆସନ୍ତା ନଭେମ୍ବର ମାସରେ ପାଇବାକୁ ଥିବା ବେତନ ସହିତ ଡିଏ ମିଶିକରି ଆକାଉଣ୍ଟକୁ ଆସିବ । ଏଥିସହିତ ଜୁଲାଇ ମାସଠାରୁ ଅକ୍ଟୋବର ପର୍ଯ୍ୟନ୍ତ ବାକି ଥିବା ଅର୍ଥ ମିଳିବ । କେନ୍ଦ୍ର ସରକାରଙ୍କ ଏହି ଘୋଷଣା ଫଳରେ ୪୭ ଲକ୍ଷ କର୍ମଚାରୀ ଓ ୬୮ ଲକ୍ଷ ପେନସନଭୋଗୀଙ୍କୁ ଫାଇଦା ମିଳିବ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post