ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ୭୩ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦୀ ପଦାର୍ପଣ କରିଛନ୍ତି।ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି। ସେହିପରି ବିଶ୍ୱକର୍ମା ନାମକ ଏକ ବଡ଼ ଯୋଜନା ଶୁଭାରମ୍ଭ କରିବେ ମୋଦୀ। ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ରକ୍ତ ଦାନ ଶିବିର, ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ସ୍ୱଚ୍ଛତା ଅଭିଯାନ ଆଦି କାର୍ଯ୍ୟକ୍ରମ କରିବ ବିଜେପି।ବିଶ୍ୱକର୍ମା ଯୋଜନାରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସହାୟତା ମିଳିବ। କୌଳିକ ବୃତ୍ତି କରୁଥିବା ଲୋକ ଉପକୃତ ହେବେ। ସେହିଭଳି ଇ-ବସ୍ ସେବାକୁ ମଧ୍ୟ ମଞ୍ଜୁରୀ ମିଳିଛି । ପିଏମ୍ ଇ-ବସ୍ ସେବାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛି । ଦେଶର ପ୍ରାୟ ଶହେଟି ସହରରେ ଚାଲିବ ଇଲେକ୍ଟ୍ରି ବସ୍ । ୫୭,୬୧୩ କୋଟି ବ୍ୟୟରେ ୧୦ ହଜାର ଇ- ବସ୍ ଚାଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି । ୩ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରରେ ଚାଲିବ ଇଲେକ୍ଟ୍ରି ବସ୍। ପିପିପି ମୋଡରେ ଇ- ବସ୍ ସେବା ପରଚାଳିତ ହେବ ବୋଲି କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post