ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ୭୩ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦୀ ପଦାର୍ପଣ କରିଛନ୍ତି।ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି। ସେହିପରି ବିଶ୍ୱକର୍ମା ନାମକ ଏକ ବଡ଼ ଯୋଜନା ଶୁଭାରମ୍ଭ କରିବେ ମୋଦୀ। ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ରକ୍ତ ଦାନ ଶିବିର, ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ସ୍ୱଚ୍ଛତା ଅଭିଯାନ ଆଦି କାର୍ଯ୍ୟକ୍ରମ କରିବ ବିଜେପି।ବିଶ୍ୱକର୍ମା ଯୋଜନାରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସହାୟତା ମିଳିବ। କୌଳିକ ବୃତ୍ତି କରୁଥିବା ଲୋକ ଉପକୃତ ହେବେ। ସେହିଭଳି ଇ-ବସ୍ ସେବାକୁ ମଧ୍ୟ ମଞ୍ଜୁରୀ ମିଳିଛି । ପିଏମ୍ ଇ-ବସ୍ ସେବାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛି । ଦେଶର ପ୍ରାୟ ଶହେଟି ସହରରେ ଚାଲିବ ଇଲେକ୍ଟ୍ରି ବସ୍ । ୫୭,୬୧୩ କୋଟି ବ୍ୟୟରେ ୧୦ ହଜାର ଇ- ବସ୍ ଚାଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି । ୩ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରରେ ଚାଲିବ ଇଲେକ୍ଟ୍ରି ବସ୍। ପିପିପି ମୋଡରେ ଇ- ବସ୍ ସେବା ପରଚାଳିତ ହେବ ବୋଲି କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post