ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍। ଏହା ନିର୍ମଳା ସୀତାରମଣଙ୍କ ସପ୍ତମ ବଜେଟ୍ । ଏଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଏମ ଚନ୍ଦ୍ରବାବୁ ନାଇଡୁଙ୍କୁ ଏକ ରିଟର୍ନ ଗିଫ୍ଟ ଦେଇଛନ୍ତି। କେନ୍ଦ୍ର ସରକାର ଆନ୍ଧ୍ରପ୍ରଦେଶ ପାଇଁ ଟ୍ରେଜେରୀ ଖୋଲି ଦେଇଛନ୍ତି ।ଆନ୍ଧ୍ରପ୍ରଦେଶକୁ ଆର୍ଥିକ ପ୍ୟାକେଜ୍ ମିଳିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆନ୍ଧ୍ରପ୍ରଦେଶକୁ ଏକ ବଡ଼ ଉପହାର ଦେଇଛନ୍ତି। ସେ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶ ପୁନର୍ଗଠନ ଅଧିନିୟମ ଅନୁଯାୟୀ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ। ରାଜ୍ୟର ପୁଞ୍ଜି ଆବଶ୍ୟକତାକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହା ଅନ୍ତର୍ଗତ ଆନ୍ଧ୍ରପ୍ରଦେଶ ପାଇଁ ବଜେଟରେ ୧୫ ହଜାର କୋଟି ଟଙ୍କା ଘୋଷଣା କରାଯାଇଛି।ପୋଲାଭାରାମ ଜଳସେଚନ ପ୍ରକଳ୍ପ ପାଇଁ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏହି ପ୍ରକଳ୍ପ ସଂପୂର୍ଣ୍ଣ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ କାରଣ ସେଠାରେ ଥିବା କୃଷକମାନେ ଏହି ପ୍ରକଳ୍ପରୁ ଉପକୃତ ହେବେ। ଏହି ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇ ଦିଆଯିବ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post
Next Post