ଆଫଗାନିସ୍ତାନରେ ଲଗାତାର ଭୂକମ୍ପ ଅନୁଭୂତ ହେଉଛି । ଏହି କ୍ରମରେ ଗୁରୁବାର ସକାଳ କେତେକ ଅଞ୍ଚଳରେ ଭୂମିକମ୍ପ ଝଟକା ଲାଗିଥିଲା । ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଉଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପ ସକାଳ ପ୍ରାୟ ୧: ୧୦ ରେ ଅନୁଭୂତ ହୋଇଥିଲା ଓ ଏହା୧୫୦ କିଲୋମିଟର ଗଭୀରରେ ହୋଇଥିଲା । ମୃତାହତ କିମ୍ବା କ୍ଷୟକ୍ଷତି ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ । ସୂଚନାଯୋଗ୍ୟ ଯେ, ଆଫଗାନିସ୍ତାନରେ ଏହା ଲଗାତାର ଚତୁର୍ଥ ଭୂକମ୍ପ ଏବଂ ହେରାତ ପ୍ରଦେଶରେ ତୀବ୍ର ଭୂକମ୍ପ ହେବାର ଗୋଟିଏ ସପ୍ତାହ ଏହା ଅନୂଭୂତ ହୋଇଛି, ସେଥିରେ ୪,୦୦୦ ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Next Post