ପଡ଼ୋଶୀ ରାଜ୍ୟ କେରଳରେ କୋଭିଡ ମହାମାରୀ ବୃଦ୍ଧି ପରେ କର୍ଣ୍ଣାଟକରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି କର୍ଣ୍ଣାଟକ ସ୍ୱାସ୍ଥ୍ୟ ମନ୍ତ୍ରଣାଳ । ବିଶେଷ କରି ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । କୋଭିଡ ମହାମାରୀକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ କହିଛନ୍ତି । ଏପଟେ ଭୟ ବଢ଼ାଇଲାଣି କୋଭିଡର ନୂଆ ସବ୍-ଭାରିଆଣ୍ଟ JN. 1 ।କେରଳ ପରେ ଏବେ ଉତ୍ତର ପ୍ରଦେଶରେ ବ୍ୟାପିଲାଣି । ଗତକାଲି ଗୋଟିଏ ଦିନରେ ଦେଶରେ ମୋଟ ୩୩୫ ଜଣ ସଂକ୍ରମିତ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେଥିରୁ ୪ ଜଣ କେରଳର ଏବଂ ଜଣେ ଉତ୍ତର ପ୍ରଦେଶର । ଅବଶ୍ୟ ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥତାଙ୍କ ସଂଖ୍ୟା ମଧ୍ୟ ଉତ୍ସାହଜନକ ବୋଲି କୁହାଯାଇଛି । ଆକ୍ଟିଭ କେସ ୧୭ ଶହ ଟପିଛି। ଏଥିସହ ଦେଶରେ ମୋଟ କୋଭିଡ କେସ ୪ କୋଟି ୫୦ ଲକ୍ଷରେ ପହଞ୍ଚିଛି ।୪ କୋଟି ୪୬ ହଜାର ସୁସ୍ଥ ହୋଇଛନ୍ତି । ଜାତୀୟ ସୁସ୍ଥତା ହାର ୯୮ ଦଶମିକ ୮୧ ପ୍ରତିଶତ ରହିଛି । ଏପଟେ କର୍ଣ୍ଣାଟକରେ ଫେରିଲା ମାସ୍କ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post