ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ରାତିରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ । ସୋମବାର ସକାଳ ସାଢ଼େ ୧୦ଟାରେ ବ୍ରହ୍ମପୁର ଯିବେ । ସେଠାରେ ସାଧାରଣ ସଭାରେ ଯୋଗଦେବା ପରେ ନବରଙ୍ଗପୁର ଗସ୍ତ କରିବେ ମୋଦୀ । ସେଠାରେ ବିଜେପିର ବିଜୟ ସଂକ୍ପଳ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରପକ୍ଷରେ ପ୍ରଧାନମମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଓଡ଼ିଶାରେ ନିର୍ବାଚନ ବିଗୁଲ ବାଜିବା ପରେ ପ୍ରଥମ ଥର ପାଇଁ ମୋଦି ପ୍ରଚାର ମଇଦାନ ଓହ୍ଲାଉଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post