କେରଳର ପ୍ରବଳ ବର୍ଷା ପରେ ୱାୟନାଡରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନ ହେତୁ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ପଡଇଥିବା ଅନୁମାନ କରାଯାଉଛି,ଉଦ୍ଧାର କାର୍ଯ୍ୟଜାରି ରହିଛିି। କୁହାଯାଉଛି ଯେ ଭୂସ୍ଖଳନରେ ଦୁଇ ଜଣ ଶିଶୁଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଛି।ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (କେଏସଡିଏମଏ) କହିଛି ଯେ ପ୍ରଭାବିତ ଅଞ୍ଚଳରେ ଅଗ୍ନିଶମ ବାହିନୀ ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଦଳ ନିୟୋଜିତ ହୋଇଛନ୍ତି। NDRF ର ଏକ ଅତିରିକ୍ତ ଦଳ ୱାୟନାଡକୁ ଯାଉଛନ୍ତି । ଏହି ଅଞ୍ଚଳର ସିଏମଓ ଅନୁଯାୟୀ ସ୍ବାସ୍ଥ୍ୟ ବିଭାଗ – ଜାତୀୟ ସ୍ବାସ୍ଥ୍ୟ ମିଶନ ଏକ ନିୟନ୍ତ୍ରଣ କକ୍ଷ ଖୋଲି ଜରୁରୀକାଳୀନ ସହାୟତା ପାଇଁ 9656938689 ଏବଂ 8086010833 ହେଲ୍ପଲାଇନ ନମ୍ବର ଜାରି କରିଛି।
ଦୁଇଟି ହେଲିକପ୍ଟର MI-17 ଏବଂ ଗୋଟିଏ ALH ସକାଳ ୭ଟା ୩୦ରେ ସୁଲୁରରୁ ଛାଡିଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post