ଭାରତ ହେଉଛି ବିଶ୍ୱର ସବୁଠାରୁ ବଡ ଚାଉଳ ରପ୍ତାନୀକାରୀ ଦେଶ। ପାର୍ବଣ ଆରମ୍ଭ ପୂର୍ବରୁ ଚାଉଳର ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ଚାଉଳ ଉପରେ ରପ୍ତାନି ଶୁଳ୍କର ଅବଧି ଆସନ୍ତା ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ବ୍ୟବସାୟୀମାନଙ୍କୁ ମାର୍ଚ୍ଚ ୩୧, ୨୦୨୪ପର୍ଯ୍ୟନ୍ତ ଚାଉଳ ରପ୍ତାନି ଉପରେ ଶୁଳ୍କ ଦେବାକୁ ପଡିବ। ଅର୍ଥ ମନ୍ତ୍ରଣାଳୟ ଏନେଇ ବିଜ୍ଞପ୍ତି ଜାରି କରିଛି। ବିଶେଷଜ୍ଞନୁସାରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଘରୋଇ ବଜାରରେ ଚାଉଳ ଦର ହ୍ରାସ କରିପାରେ।ଗତ ଅଗଷ୍ଟ ମାସରେ କେନ୍ଦ୍ର ସରକାର ଉଷୁନା ଚାଉଳ ରପ୍ତାନି ଉପରେ ୨୦ ପ୍ରତିଶତ ରପ୍ତାନି ଶୁଳ୍କ ଲାଗୁ କରିଥିଲେ। ଏହାପରେ ଉଷୁନା ଚାଉଳ ରପ୍ତାନି ଉପରେ ରପ୍ତାନି ଶୁଳ୍କ ୧୬ ଅକ୍ଟୋବର ୨୦୨୩ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୁର୍ଗାପୂଜା ଓ ଦୀପାବଳି ସମୟରେ ଚାଉଳର ଚାହିଦା ବଢିଥାଏ।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା