ଆଜି ସନ୍ଧ୍ୟା ୫ଟା ସମୟରେ ଲୋକସଭା ନିର୍ବାଚନ ସମାପନ ହୋଇଯିବ ଓ ଜୁନ୍ ୪ରେ ଫଳାଫଳ ଆସିଯିବ । ଏହାର ପରବର୍ତ୍ତୀ ଦିନ ଅର୍ଥାତ୍ ଜୁନ୍ ୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ବିଶିଷ୍ଟ ମନ୍ତ୍ରୀ ପରିଷଦକୁ ବିଦାୟୀ ଡିନର ଦେବେ । ଏହି ଭୋଜିର ଆୟୋଜନ ରାଷ୍ଟ୍ରପତି ଭବନରେ ରାତି ୮ରୁ ଆରମ୍ଭ ହେବ । ଏଠାରେ ସୂଚାଇ ଦିଆଯାଇପାରେ କି ସପ୍ତଦଶ ଲୋକସଭା କାର୍ଯ୍ୟକାଳ ୧୬ ଜୁନ୍ ୨୦୨୪ରେ ଶେଷ ହେବାକୁ ଯାଉଛି । ଅର୍ଥାତ୍ ୧୬ ଜୁନ୍ ପୂର୍ବରୁ ନୂଆ ସରକାର ଗଠନ ହେବ ।୪ ଜୁନ୍ରେ ଲୋକସଭା ନିର୍ବାଚନ ପରିଣାମ ସାମ୍ନାକୁ ଆସିବା ପରେ ଅଷ୍ଟାଦଶ ଲୋକସଭାର ଚିତ୍ର ସ୍ପଷ୍ଟ ହୋଇଯିବ । ତେବେ ଆମ ଦେଶରେ ଏହି ପରମ୍ପରା ରହି ଆସିଛି କି ପ୍ରତି ଲୋକସଭା କାର୍ଯ୍ୟକାଳ ସମାପ୍ତି ପରେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିବର୍ତ୍ତମାନ ହେବାକୁ ଯାଉଥିବା କେନ୍ଦ୍ରୀୟ କ୍ୟାବିନେଟ୍କୁ ବିଦାୟୀ ଡିନର ଲାଗି ଆମନ୍ତ୍ରଣ କରାଯାଇଥାଏ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଏହି ପରଂପରାକୁ ନିର୍ବାହ କରିବେ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Next Post