ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ ଜାରି ରହିଛି। ହିନ୍ଦୁଙ୍କ ଉପରେ ବହୁଳ ଭାବେ ଆକ୍ରମଣ ହେଉଥିବାରୁ ଏହାର ପ୍ରତିବାଦରେ ଜାତିସଂଘ ମୁଖ୍ୟାଳୟ ବାହାରେ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ୱାସିଂଟନର ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ହିନ୍ଦୁଆକ୍ସନ’ କହିଛି ଯେ ସବୁ ବର୍ଗର ଲୋକ ସ୍ବତଃସ୍ଫୁର୍ତ୍ତ ଭାବେ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ଏବଂ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁମାନଙ୍କୁ ତତ୍କାଳ ସୁରକ୍ଷା ଉପଲବ୍ଧ କରାଇବାକୁ ଜାତିସଂଘ ଓ ଆମେରିକାର ହସ୍ତକ୍ଷେପ ଦାବି କରିଥିଲେ। ନ୍ୟୁୟର୍କର ଅନ୍ୟ କେତେକ ସ୍ଥାନରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ବୋଲି ‘ହିନ୍ଦୁଆକ୍ସନ’ ପକ୍ଷରୁ କୁହାଯାଇଛି। ବାଂଲାଦେଶରେ ହିନ୍ଦୁମାନଙ୍କୁ ଟାର୍ଗେଟ କରି ଯେଉଁଭଳି ହିଂସା ଚାଲିଛି ତାହା ମାନବତା ବିରୋଧରେ ବହୁତ ବଡ଼ ଅପରାଧ ଏବଂ ଏହାକୁ ସଭ୍ୟ ସମାଜ ବରଦାସ୍ତ କରିବ ନାହିଁ ବୋଲି ବିକ୍ଷୋଭକାରୀମାନେ ଗଣମାଧ୍ୟମକୁ କହିଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post