ଆଜି ସକାଳେ ଅରୁଣାଚଳ ପ୍ରଦେଶରେ ଲଗାତାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଗୁରୁବାର ଦିନ ଅରୁଣାଚଳ ପ୍ରଦେଶରେ ଭିନ୍ନ ଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହୋଇଛି, ଯେଉଁଥିପାଇଁ ଲୋକମାନେ ଭୟଭୀତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଭୂକମ୍ପରେ କୌଣସି କ୍ଷୟକ୍ଷତିର ଘଟିନାହିଁ। ଆଜି ଦିନ ରାତି ୧:୪୯ ରେ ପ୍ରଥମ ଭୂକମ୍ପ ଘଟିଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୭ ଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗରେ ଥିଲା ଯାହାର ଗଭୀରତା ପ୍ରାୟ ୧୦ କିଲୋମିଟର ରହିଛି। ଏଥି ସହ ମାତ୍ର ଦୁଇ ଘଣ୍ଟା ପରେ ଦ୍ୱିତୀୟ ଭୂକମ୍ପ ଘଟିଛି। ଭୋର ୩.୪୦ ସମୟରେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଭୂକମ୍ପ ଅନୁଭୂତ ହୋଇଛି।ଦ୍ୱିତୀୟ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ଏବଂ ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ମାପ କରାଯାଇଛି। ଏହି ଭୂକମ୍ପର ଗଭୀରତା ୫ କିଲୋମିଟର ଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏହି ସୂଚନା ଦେଇଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post