ତିନି ଦିନ ଧରି ପ୍ରବଳ ବର୍ଷା ଯୋଗୁଁ ଗୁଜରାଟରେ ଅନେକ ଅଞ୍ଚଳ ପାଣିରେ ବୁଡ଼ି ରହିଛି । ସୌରାଷ୍ଟ୍ର ଏବଂ କେନ୍ଦ୍ରୀୟ ଗୁଜରାଟରେ ୪୮ ଘଣ୍ଟା ଧରି ବର୍ଷାର ତୀବ୍ରତା ଏବଂ ଅନୁପାତ କମିନଥିବାରୁ ଅନେକ ଗାଁ ଓ ସହର ଦ୍ୱୀପରେ ପରିଣତ ହୋଇଛି । ନ୍ୟୁଜ୍ ଏଜେନ୍ସି ପିଟିଆଇର ତଥ୍ୟ ଅନୁଯାୟୀ, ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ଦୁଇ ଦିନମଧ୍ୟରେ ମୋଟ ୧୬ ଜଣଙ୍କର ମୃତ୍ୟୁ ଘଟିଛି ।ଗୁଜରାଟର ଅନେକ ଅଞ୍ଚଳରେ ରାସ୍ତା ରେ ବନ୍ୟା ଯୋଗୁଁ ଲୋକେ ଫସି ରହିଛନ୍ତି । ରାଜପଥରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି । ସୌରାଷ୍ଟ୍ର, ବିଶେଷକରି ଦ୍ୱାରକା, ଜାମନଗର, ପୋରବନ୍ଦର, ମୋର୍ବି, ଜୁନାଗଡ଼ ଏବଂ ରାଜକୋଟ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ଯଥେଷ୍ଟ ବୃଦ୍ଧି ପାଇଛି ।ଆଖପାଖ ଅଞ୍ଚଳରେ ନଦୀ ପାଣି ପଶିଯାଇଥିବାରୁ ଲୋକେ ସୁରକ୍ଷିତ ସ୍ଥାନକୁ ଯିବାକୁ ବାଧ୍ୟ ହୋଇଛନ୍ତି । ଗୁଜରାଟ ସରକାରଙ୍କ ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁଁ ୨୩,୮୭୧ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ବଦୋଦରା ଓ ଜାମନଗରରେ ଉଦ୍ଧାର ପାଇଁ ବାୟୁସେନା ମୁତୟନ କରାଯାଇଛି ।
Trending
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Prev Post
Next Post