କେନ୍ଦ୍ର ସରକାର ମନରେଗା (ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ) ର ନୂତନ ମଜୁରୀ ହାର ବୃଦ୍ଧି କରିଛନ୍ତି। ଗୋଆରେ ଏହାର ହାର ସର୍ବାଧିକ ୧୦.୫୬ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଥି ସହିତ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଉତ୍ତରପ୍ରଦେଶରେ ଏହି ହାର ସର୍ବନିମ୍ନ ୩.୦୪ ପ୍ରତିଶତ ବୃଦ୍ଧି ପାଇଛି। ନୂତନ ମଜୁରୀ ବୃଦ୍ଧି ହାର ୧ ଏପ୍ରିଲ ୨୦୨୪ରୁ କାର୍ଯ୍ୟକାରୀ ହେବ ।କେନ୍ଦ୍ର ସରକାରଙ୍କ ଅଧିସୂଚନା ମୁତାବକ ମନରେଗା ଦୈନିକ ମଜୁରୀ ହରିୟାଣାରେ ସର୍ବାଧିକ ୩୭୪ ଟଙ୍କା ରହିଛି। ସେହିପରି ଅରୁଣାଚଳ ପ୍ରଦେଶ ଏବଂ ନାଗାଲ୍ୟାଣ୍ଡ୍ରେ ସର୍ବନିମ୍ନ ୨୩୪ ଟଙ୍କା ଧାର୍ଯ୍ୟ କରାଯାଇଛି।ମଜୁରୀ ହାରରେ ସର୍ବାଧିକ ବୃଦ୍ଧି ହୋଇଥିବା ଗୋଆରେ ଏହା ୩୫୬ ଟଙ୍କା ରହିଛି। ଏବେ ଏଠାରେ ଦୈନିକ ମନରେଗା ମଜୁରୀ ୩୨୨ ଟଙ୍କା ରହିଛି। କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ମଜୁରୀ ହାରରେ ୧୦ ପ୍ରତିଶତରୁ ଅଧିକ ବୃଦ୍ଧି କରାଯାଇଛି। ଓଡ଼ିଶାରେ ଏହା ୨୫୪ ଟଙ୍କା ରହିଛି।
Trending
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
Prev Post
Next Post