କେନ୍ଦ୍ର ସରକାର ମନରେଗା (ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ) ର ନୂତନ ମଜୁରୀ ହାର ବୃଦ୍ଧି କରିଛନ୍ତି। ଗୋଆରେ ଏହାର ହାର ସର୍ବାଧିକ ୧୦.୫୬ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଥି ସହିତ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଉତ୍ତରପ୍ରଦେଶରେ ଏହି ହାର ସର୍ବନିମ୍ନ ୩.୦୪ ପ୍ରତିଶତ ବୃଦ୍ଧି ପାଇଛି। ନୂତନ ମଜୁରୀ ବୃଦ୍ଧି ହାର ୧ ଏପ୍ରିଲ ୨୦୨୪ରୁ କାର୍ଯ୍ୟକାରୀ ହେବ ।କେନ୍ଦ୍ର ସରକାରଙ୍କ ଅଧିସୂଚନା ମୁତାବକ ମନରେଗା ଦୈନିକ ମଜୁରୀ ହରିୟାଣାରେ ସର୍ବାଧିକ ୩୭୪ ଟଙ୍କା ରହିଛି। ସେହିପରି ଅରୁଣାଚଳ ପ୍ରଦେଶ ଏବଂ ନାଗାଲ୍ୟାଣ୍ଡ୍ରେ ସର୍ବନିମ୍ନ ୨୩୪ ଟଙ୍କା ଧାର୍ଯ୍ୟ କରାଯାଇଛି।ମଜୁରୀ ହାରରେ ସର୍ବାଧିକ ବୃଦ୍ଧି ହୋଇଥିବା ଗୋଆରେ ଏହା ୩୫୬ ଟଙ୍କା ରହିଛି। ଏବେ ଏଠାରେ ଦୈନିକ ମନରେଗା ମଜୁରୀ ୩୨୨ ଟଙ୍କା ରହିଛି। କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ମଜୁରୀ ହାରରେ ୧୦ ପ୍ରତିଶତରୁ ଅଧିକ ବୃଦ୍ଧି କରାଯାଇଛି। ଓଡ଼ିଶାରେ ଏହା ୨୫୪ ଟଙ୍କା ରହିଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post
Next Post