ଦେଶର ବିଳାସପୂର୍ଣ୍ଣ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସର ଯାତ୍ରା ବର୍ତ୍ତମାନ ଅଧିକ ଆରାମଦାୟକ ହେବାକୁ ଯାଉଛି। ଯାତ୍ରୀମାନେ ଖୁବ ଶୀଘ୍ର ଏହି ଟ୍ରେନରେ ସ୍ଲିପର ଯାତ୍ରାକୁ ମଧ୍ୟ ଉପଭୋଗ କରିପାରିବେ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବନ୍ଦେ ଭାରତ ସ୍ଲିପର ଟ୍ରେନର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କହିଛନ୍ତି, ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଡିଜାଇନ ପ୍ରାୟ ପ୍ରସ୍ତୁତ।ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି ଏବଂ ବିଇଏମଏଲ(ଆଇସିଏଫ) ଓ ଭାରତ ଆର୍ଥ ମୁଭର୍ସ ଲିମିଟେଡ ଦ୍ୱାରା ଏହା ପ୍ରସ୍ତୁତ କରାଯାଉଛି। ଆସନ୍ତା ବର୍ଷ ଆରମ୍ଭରେ ଏହି ସ୍ଲିପର ଟ୍ରେନର ଟ୍ରାଏଲ ନିଆଯିବ। ଏବଂ ଏହା ପରେ ଯାତ୍ରୀସେବା ଆରମ୍ଭ ହେବ।ଭାରତୀୟ ରେଳ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଦେ ଭାରତ ସ୍ଲିପର ଟ୍ରେନରେ ୨୦-୨୨ କୋଚ ଥାଇପାରେ। ଏହି ଟ୍ରେନରେ ପାଖାପାଖି ୮୫୦ ବର୍ଥ ରହିବ। ଟ୍ରେନରେ ରେଳ କର୍ମଚାରୀଙ୍କ ପାଇଁ ଅଲଗା ସିଟ ରହିବ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post