ଦେଶର ବିଳାସପୂର୍ଣ୍ଣ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସର ଯାତ୍ରା ବର୍ତ୍ତମାନ ଅଧିକ ଆରାମଦାୟକ ହେବାକୁ ଯାଉଛି। ଯାତ୍ରୀମାନେ ଖୁବ ଶୀଘ୍ର ଏହି ଟ୍ରେନରେ ସ୍ଲିପର ଯାତ୍ରାକୁ ମଧ୍ୟ ଉପଭୋଗ କରିପାରିବେ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବନ୍ଦେ ଭାରତ ସ୍ଲିପର ଟ୍ରେନର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କହିଛନ୍ତି, ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଡିଜାଇନ ପ୍ରାୟ ପ୍ରସ୍ତୁତ।ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି ଏବଂ ବିଇଏମଏଲ(ଆଇସିଏଫ) ଓ ଭାରତ ଆର୍ଥ ମୁଭର୍ସ ଲିମିଟେଡ ଦ୍ୱାରା ଏହା ପ୍ରସ୍ତୁତ କରାଯାଉଛି। ଆସନ୍ତା ବର୍ଷ ଆରମ୍ଭରେ ଏହି ସ୍ଲିପର ଟ୍ରେନର ଟ୍ରାଏଲ ନିଆଯିବ। ଏବଂ ଏହା ପରେ ଯାତ୍ରୀସେବା ଆରମ୍ଭ ହେବ।ଭାରତୀୟ ରେଳ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଦେ ଭାରତ ସ୍ଲିପର ଟ୍ରେନରେ ୨୦-୨୨ କୋଚ ଥାଇପାରେ। ଏହି ଟ୍ରେନରେ ପାଖାପାଖି ୮୫୦ ବର୍ଥ ରହିବ। ଟ୍ରେନରେ ରେଳ କର୍ମଚାରୀଙ୍କ ପାଇଁ ଅଲଗା ସିଟ ରହିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post