ମିଆଁମାରର ରଖାଇନ୍ ରାଜ୍ୟକୁ ଯାତ୍ରା ନ କରିବାକୁ ଭାରତ ତା’ର ନାଗରିକମାନଙ୍କୁ କହିଛି। ଏ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି। ନିରାପତ୍ତା ସ୍ଥିତି ବିଗିଡ଼ିବା, ଯୋଗାଯୋଗ ସେବା ବାଧାପ୍ରାପ୍ତ ହେବା, ଲ୍ୟାଣ୍ଡଲାଇନ୍ ଏବଂ ମୌଳିକ ଭିତ୍ତିଭୂମିର ଘୋର ଅଭାବ ଯୋଗୁଁ ସମସ୍ତ ଭାରତୀୟଙ୍କୁ ମିଆଁମାର ରଖାଇନ୍ ରାଜ୍ୟକୁ ଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଛି। ଯେଉଁ ଭାରତୀୟମାନେ ପୂର୍ବରୁ ରଖାଇନ୍ ରାଜ୍ୟରେ ଅଛନ୍ତି ସେମାନେ ତୁରନ୍ତ ଏହି ଅଞ୍ଚଳ ଖାଲି କରନ୍ତୁ। ୨୦୧୬ ରୁ ରଖାଇନ୍ ରାଜ୍ୟରେ ହିଂସା ଜାରି ରହିଛି। ତେବେ ଗତ କିଛି ଦିନ ହେବ ମିଆଁମାରର ସାମରିକ ଶକ୍ତି ଏବଂ ବିଦ୍ରୋହୀ ସଙ୍ଗଠନ ଆରାକାନ ଆର୍ମି (ଏଏ) ମଧ୍ୟରେ ସଂଘର୍ଷ ତୀବ୍ର ହେବାରେ ଲାଗିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ