ବୈଷ୍ଣୋଦେବୀ ଯାଉଥିବା ଶ୍ରଦ୍ଧାଳୁଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ୧୦ ମୃତ
ଜମ୍ମୁରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ବୈଷ୍ଣବ ଦେବୀ ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ବସ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ସୁରକ୍ଷାକର୍ମୀ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ଆତଙ୍କବାଦୀଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେସନ ଚଳାଇଛନ୍ତି । ଏହି ଘଟଣାକୁ ନେଇ ଦିଲ୍ଲୀରେ ହାଇଲେବଲ ମିଟିଂ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିବା ସହ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ କହିଛନ୍ତି ।