ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଅଟକ ରଖିଥିବା ଭାରତର ୮ଜଣ ଅବସରପ୍ରାପ୍ତ ନୌସେନା କର୍ମଚାରୀଙ୍କୁ କତର ମୁକ୍ତ କରିଥିବା କଥା ଗତରାତିରେ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ସୂଚନା ଦେଇଛି।ବୈଦେଶିକ ବ୍ୟାପାର ମନ୍ତ୍ରାଳୟ କହିଛି ଯେ, ଘରୋଇ ପ୍ରତିଷ୍ଠାନ ଅଲ୍ ଦାହରା ଗ୍ଲୋବାଲ୍ କମ୍ପାନିରେ କାର୍ଯ୍ୟ କରୁଥିବା ଭାରତୀୟ ନୌସେନାର ୮ଜଣ ପୂର୍ବତନ କର୍ମଚାରୀଙ୍କ ମଧ୍ୟରୁ ୭ଜଣ କତରରୁ ଭାରତକୁ ଫେରିଛନ୍ତି।ଏ ସଂକ୍ରାନ୍ତରେ ଜାରି କରିଥିବା ବିବୃତିରେ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ କହିଛି, ଦାହରା ଗ୍ଲୋବାଲ୍ କମ୍ପାନିରେ କାମ କରୁଥିବା ଯେଉଁ ୮ଜଣ ଭାରତୀୟ ନାଗରିକ କତରରେ ଅଟକ ଥିଲେ ସେମାନଙ୍କ ମୁକ୍ତିକୁ ଭାରତ ସରକାର ସ୍ବାଗତ କରୁଛନ୍ତି। ୮ଜଣଙ୍କ ମଧ୍ୟରୁ ୭ଜଣ ଭାରତରେ ପହଞ୍ଚିଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post