ସକାଳୁ ସକାଳୁ ମହାରାଷ୍ଟ୍ରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲା ଏବଂ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩. ୫ ବୋଲି ମାପ କରାଯାଇଛି । ତେବେ ଭୂକମ୍ପ ଯୋଗୁଁ ଧନ ଜୀବନ ନଷ୍ଟ ହେବାର କୌଣସି ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ ।ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପ ସକାଳ ୫.୦୯ ରେ ଘଟିଥିଲା ଏବଂ ଏହାର ଭୂକମ୍ପ କେନ୍ଦ୍ର ପୃଥିବୀ ପୃଷ୍ଠରୁ ୫ କିଲୋମିଟର ତଳେ ଥିଲା । ଏଥିରେ କୌଣସି କ୍ଷତି ହୋଇନଥିଲା, କିନ୍ତୁ ମହାରାଷ୍ଟ୍ର ବ୍ୟତୀତ ତେଲେଙ୍ଗାନା ଏବଂ କର୍ଣ୍ଣାଟକରେ କମ୍ପନ ଅନୁଭୂତ ହୋଇଥିଲା । ଜଣାପଡିଛି ଯେ, ଭୂମିକମ୍ପର କେନ୍ଦ୍ରସ୍ଥଳ ହିଙ୍ଗୋଲି ଜିଲ୍ଲା ପୂର୍ବ ମହାରାଷ୍ଟ୍ରରେ ଅଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦ ଠାରୁ ୨୫୫ କିଲୋମିଟର ଏବଂ ନାଗପୁର ଠାରୁ ୨୬୫ କିଲୋମିଟର ଦୂରରେ ବୋଲି କୁହାଯାଉଛି ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Prev Post
Next Post