ମଧ୍ୟପ୍ରଦେଶ ସ୍ଥିତ ହରଦା ବାଣ କାରଖାନାରେ ବିସ୍ଫୋରଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫ୍ୟାକ୍ଟ୍ରି ମାଲିକ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ୩ ଅଭିଯୁକ୍ତ ରାଜେଶ ଅଗ୍ରୱାଲ , ସୋମେଶ ଅଗ୍ରୱାଲ ଓ ରଫିକ ଖାନ୍ ବୋଲି ଜଣାପଡିଛି। ଅଭିଯୁକ୍ତ ରାଜେଶ ଅଗ୍ରୱାଲ କାରରେ ଦିଲ୍ଲୀ ଫେରାର ହେବାକୁ ଯୋଜନାରେ ଥିବାବେଳେ ପୁଲିସ ରାଜଗଢ ଜିଲ୍ଲାର ସାରଙ୍ଗପୁରରୁ ଗିରଫ କରିଛି। ତେବେ ପୁଲିସ ,ମାନଙ୍କ ବିରୋଧରେ ୩୦୪, ୩୦୮ ଓ ୩୪ ଆଇପିସି ଦଫା ଲଗାଇବା ସହ ଏମାନଙ୍କୁ ଜେରା କରୁଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେପଟେ ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post