ମହାରାଷ୍ଟ୍ରରେ ଏକ ଔଷଧ କମ୍ପାନୀର ଫ୍ୟାକ୍ଟ୍ରିରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ମୃତଦେହଗୁଡ଼ିକୁ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନ୍ଡିଆର୍ଏଫ୍)ର ସଦସ୍ୟମାନେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ନିଖୋଜ ଥିବା ଆଉ ୩ ଜଣଙ୍କୁ ଟିମ୍ ଖୋଜାଖୋଜି କରୁଛି। ରାୟଗଡ଼ ପୋଲିସ କହିଛି ଯେ ଡିଏନ୍ଏ ଟେଷ୍ଟ୍ ମାଧ୍ୟମରେ ଚିହ୍ନଟ କରିବା ପାଇଁ ନିଖୋଜ ୧୧ ଜଣଙ୍କ ପରିବାର ଲୋକଙ୍କଠାରୁ ନମୁନା ନିଆଯାଇଥିଲା। ନିଆଁ ଲାଗିବା ପରେ ଏହି ୧୧ ଜଣ ନିଖୋଜ ଥିବା ନେଇ ଘୋଷଣା କରାଯାଇଥିଲା। ଏନ୍ଡିଆର୍ଏଫ୍ର ଜଣେ ଅଧିକାରୀ କହିଛନ୍ତି, ମୁମ୍ବାଇଠାରୁ ପ୍ରାୟ ୧୭୦ କିଲୋମିଟର ଦୂରରେ ଏହି ଘଟଣା ଘଟିଛି। ରାଇଗଡ଼ ଜିଲ୍ଲାର MIDC ମହାଡସ୍ଥିତ ଫାର୍ମାସ୍ୟୁଟିକାଲ କମ୍ପାନୀ ‘ବ୍ଲୁ ଜେଟ ହେଲ୍ଥ କେୟାର’ କାରଖାନାରେ ଶୁକ୍ରବାର ସକାଳ ୧୧ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ