ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ହଠାତ୍ ଖରାପ ହେବାରୁ ତାଙ୍କୁ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ସୂଚନା ମିଳିଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୧୦ ଜୁଲାଇ ୨୦୨୪ରେ ତାଙ୍କର ୭୩ତମ ଜନ୍ମଦିନ ପାଳନ କରିଥିଲେ । ଦେଶର ସମସ୍ତ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା କୁ ନେଇ ଏମ୍ସ ପକ୍ଷରୁ ଆନୁଷ୍ଠାନିକ ଭାବେ କୌଣସି ବିବୃତି ଜାରି କରାଯାଇନାହିଁ ।ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ କହିଛନ୍ତି ” ସେ କ୍ୟାବିନେଟର ଜଣେ ମୂଲ୍ୟବାନ ସହଯୋଗୀ । ଜଣେ ନେତା ଯିଏ ନିଜର ବୁଦ୍ଧି ପାଇଁ ବହୁତ ସମ୍ମାନିତ । କଠିନ ପରିଶ୍ରମ ଓ ସେବା ପ୍ରତି ପ୍ରତିବଦ୍ଧତା ବଳରେ ସେ ଜନଜୀବନରେ ଉନ୍ନତି ଲାଭ କରିଛନ୍ତି । ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଏହି କ୍ଷେତ୍ରରେ ଆମ ଦେଶକୁ ଆତ୍ମନିର୍ଭରଶୀଳ କରିବାଦିଗରେ ସେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛନ୍ତି । ମୁଁ ତାଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post