ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ ଉଦ୍ଭାବନର ବିଭିନ୍ନ କ୍ଷେତ୍ରରେ ବୈଜ୍ଞାନିକ ଏବଂ ଉଦ୍ଭାବକ ମାନଙ୍କୁ ବ୍ୟକ୍ତିଗତ, ଦଳଗତ ଉଲ୍ଲେଖନୀୟ ଏବଂ ପ୍ରେରଣାଦାୟକ ଅବଦାନକୁ ସ୍ୱୀକୃତି ପ୍ରଦାନ କରିବା।ଭାରତୀୟ ସମ୍ପ୍ରଦାୟ କିମ୍ବା ସମାଜପାଇଁ ବିଶେଷ ଅବଦାନ ଥିବା ଭାରତୀୟ ବଂଶୋଦ୍ଭବ ମାନେ ମଧ୍ୟ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ। ଏହି ପୁରସ୍କାର ୪ଟି ବର୍ଗରେ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଯଥା ବିଜ୍ଞାନ ରତ୍ନ, ବିଜ୍ଞାନ ଶ୍ରୀ, ବିଜ୍ଞାନ ଯୁବ ଶାନ୍ତି ସ୍ୱରୂପ ଭଟ୍ଟନାଗର ଏବଂ ବିଜ୍ଞାନ ଟିମ୍। ଯାହା ଚଳିତ ବର୍ଷଠାରୁ ପ୍ରତ୍ୟେକ ବର୍ଷ ପ୍ରଦାନ କରାଯିବ ଏହି ସମ୍ମାନଜନକ ‘ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post