ଆଜି ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଲୋକସଭା ଆସନ ସହ ମଣିପୁର ବାହାର ଲୋକସଭା ନିର୍ବାଚନ ମଣ୍ଡଳୀର ଅବଶିଷ୍ଟ ଅଂଶରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ମଣିପୁର ବାହାର ନିର୍ବାଚନ ମଣ୍ଡଳୀର ଏକ ଭାଗରେ ମତଦାନ ହେବ। ଏହି ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୨୦ଟି, କର୍ଣ୍ଣାଟକର ୧୪ଟି, ରାଜସ୍ଥାନର ୧୩ଟି, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ରର ୮ଟି ଲେଖାଏଁ ଆସନ, ମଧ୍ୟପ୍ରଦେଶର ୭ଟି, ଆସାମ ଓ ବିହାରର ୫ଟି ଲେଖାଏଁ ଆସନ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ୩ଟି ଲେଖାଏଁ ଆସନ ଏବଂ ମଣିପୁର, ତ୍ରିପୁରା ଓ ଜମ୍ମୁ-କଶ୍ମୀରର ଗୋଟିଏ ଲେଖାଏଁ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟ ପାଇଁ ଏପ୍ରିଲ ୨୬ ତାରିଖରେ ମତଦାନ ହେବ। ଜମ୍ମୁ-କଶ୍ମୀର ବ୍ୟତୀତ ଏପ୍ରିଲ ୫ ତାରିଖରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଜମ୍ମୁ-କଶ୍ମୀରରେ ଏପ୍ରିଲ ୬ ତାରିଖରେ ଏହି ଯାଞ୍ଚ ହେବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post