୨୦୨୪-୨୫ ଆର୍ଥିକ ବର୍ଷରେ ୯୮ ହଜାର ୬୨୦ ସଂଖ୍ୟକ ଶିଶୁ ଅପପୃଷ୍ଟିର ଶିକାର ହୋଇଛନ୍ତି । ଅପପୃଷ୍ଟି ରୋକିବାକୁ ସରକାର ସବୁ ପ୍ରକାର ପଦକ୍ଷେପ ନେଉଥିବା’, ବିଧାନସଭାରେ ଲିଖିତ ଉତ୍ତର ରଖି କହିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ପରିପୂରକ ପୁଷ୍ଟି ଯୋଜନା ମାଧ୍ୟମରେ ଅଙ୍ଗନୱାଡି କେନ୍ଦ୍ରରେ ପଞ୍ଜୀକୃତ ସମସ୍ତ ଶିଶୁ (୬ ମାସରୁ ୬ ବର୍ଷ) ମାନଙ୍କୁ ପ୍ରତି ମାସରେ ୨୫ ଦିନ ହିସାବରେ ବର୍ଷକୁ ୩୦୦ ଦିନ ପାଇଁ ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଇ ଦିଆଯାଉଛି । ଏହି ଯୋଜନା ମାଧ୍ୟମରେ ୬ ମାସରୁ ୩ ବର୍ଷ ବୟସର ସାଧାରଣ ଶିଶୁଙ୍କୁ THR ଛତୁଆ, ଅଣ୍ଡା, ଲଡୁ, ଶୁଖିଲା ରାସନ ଇତ୍ୟାଦି ଯୋଗାଇ ଦିଆଯାଉଛି । ଯେଉଁ ଶିଶୁମାନେ ଅଣ୍ଡା ଖାଇବେ ନାହିଁ ସେମାନଙ୍କୁ ମାସକୁ ଅତିରିକ୍ତ ଲଡୁ ପ୍ରଦାନ କରାଯିବାର ବ୍ୟବସ୍ଥା ହୋଇଛି । ସେହିପରି ୩ ବର୍ଷରୁ ୬ ବର୍ଷର ଶିଶୁଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ଗରମ ରନ୍ଧା ଖାଦ୍ୟରେ ସପ୍ତାହକୁ ୫ ଟି ଅଣ୍ଡା ଦିଆଯାଉଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ ପୁଷ୍ଟି ଯୋଜନା ମାଧ୍ୟମରେ SAM ଶିଶୁ (୬ ମାସରୁ ୫ ବର୍ଷ) ମାନଙ୍କୁ ପ୍ରତିଦିନ ୧୦୦ ଗ୍ରାମ Augmented ଛତୁଆ ଓ ଗୋଟେ ଅଣ୍ଡା ହିସାବରେ ୧୧୨ ଦିନ ପାଇଁ ଖାଦ୍ୟ ଯୋଗାଇ ଦିଆଯାଉଛି । SUW ଓ MAM ଶିଶୁମାନଙ୍କୁ ବେସନ ଅଟା ମିଶ୍ରଣ, କଦଳୀ ଓ ଅଣ୍ଡା ୭୫ ଦିନ ପାଇଁ ପ୍ରଦାନ କରାଯାଉଛି । ଏତତବ୍ୟତୀତ, ପଡା ପୁଷ୍ଟି କାର୍ଯ୍ୟକ୍ରମ ଅଧୀନରେ ଦୁର୍ଗମ ଅଂଚଳରେ ବାସ କରୁଥିବା 3-6 ବର୍ଷ ବୟସର ଶିଶୁ, ଯେଉଁମାନେ ଅଙ୍ଗନୱାଡି କେନ୍ଦ୍ରକୁ ଆସି ପାରନ୍ତି ନାହିଁ, ସେମାନଙ୍କୁ ଉକ୍ତ ଗ୍ରାମରେ ଉଭୟ ସକାଳ ଜଳଖୁଆ ଏବଂ ଗରମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥାଏ |
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ