ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର ଏବଂ କେନ୍ଦ୍ରରେ ୯ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିବା ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଜନସାଧାରଣଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛି ବୋଲି କହିବ। ଏଥିଲାଗି ଦଳ ପକ୍ଷରୁ ପ୍ରଚାରପତ୍ର ପ୍ରସ୍ତୁତ କରାଯାଇଛି। ଏହି ପ୍ରଚାର ପତ୍ରକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ରବିବାର ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଶରତ କହିଛନ୍ତି।କଂଗ୍ରେସ ଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି ଯେ, ୨ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାରେ ବିଜେଡି ସରକାର ଶାସନରେ ରହିଛି। ତଥାପି ମଧ୍ୟ ରାଜ୍ୟର ସାମଗ୍ରିକ ସ୍ଥିତି ଅତ୍ୟନ୍ତ ଖରାପ ପରିସ୍ଥିତି ଦେଇ ଗତି କରୁଛି। ରାଜ୍ୟବାସୀଙ୍କୁ ବିଜେଡି ସରକାର ଦେଇ ଆସୁଥିବା ଅନେକ ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଛି। ସେହିପରି ୨୦୧୪ ପରଠାରୁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଚାଲିଛି। ହେଲେ ୨୦୧୪ ପୂର୍ବରୁ ଏବଂ ଏହାପରେ ସେ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲେ ତାହା ଗୋଟିଏ ହେଲେ ପାଳନ କରିନାହାନ୍ତି। ଓଲଟି ବିଭିନ୍ନ ଜିନିଷର ଦରଦାମ୍ ବହୁ ଗୁଣାରେ ବଢ଼ିଯାଇଛି। ଦେଶବ୍ୟାପୀ କ୍ଷୁଦ୍ର, ମଧ୍ୟମ ଶିଳ୍ପ ସଂସ୍ଥାଗୁଡ଼ିକରେ ତାଲା ପଡ଼ିଗଲାଣି। ଏହିଭଳି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତା କଥା ରାଜ୍ୟବାସୀଙ୍କ ନିକଟରେ ପହଞ୍ଚାଇବୁ ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post