ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର ଏବଂ କେନ୍ଦ୍ରରେ ୯ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିବା ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଜନସାଧାରଣଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛି ବୋଲି କହିବ। ଏଥିଲାଗି ଦଳ ପକ୍ଷରୁ ପ୍ରଚାରପତ୍ର ପ୍ରସ୍ତୁତ କରାଯାଇଛି। ଏହି ପ୍ରଚାର ପତ୍ରକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ରବିବାର ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଶରତ କହିଛନ୍ତି।କଂଗ୍ରେସ ଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି ଯେ, ୨ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାରେ ବିଜେଡି ସରକାର ଶାସନରେ ରହିଛି। ତଥାପି ମଧ୍ୟ ରାଜ୍ୟର ସାମଗ୍ରିକ ସ୍ଥିତି ଅତ୍ୟନ୍ତ ଖରାପ ପରିସ୍ଥିତି ଦେଇ ଗତି କରୁଛି। ରାଜ୍ୟବାସୀଙ୍କୁ ବିଜେଡି ସରକାର ଦେଇ ଆସୁଥିବା ଅନେକ ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଛି। ସେହିପରି ୨୦୧୪ ପରଠାରୁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଚାଲିଛି। ହେଲେ ୨୦୧୪ ପୂର୍ବରୁ ଏବଂ ଏହାପରେ ସେ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲେ ତାହା ଗୋଟିଏ ହେଲେ ପାଳନ କରିନାହାନ୍ତି। ଓଲଟି ବିଭିନ୍ନ ଜିନିଷର ଦରଦାମ୍ ବହୁ ଗୁଣାରେ ବଢ଼ିଯାଇଛି। ଦେଶବ୍ୟାପୀ କ୍ଷୁଦ୍ର, ମଧ୍ୟମ ଶିଳ୍ପ ସଂସ୍ଥାଗୁଡ଼ିକରେ ତାଲା ପଡ଼ିଗଲାଣି। ଏହିଭଳି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତା କଥା ରାଜ୍ୟବାସୀଙ୍କ ନିକଟରେ ପହଞ୍ଚାଇବୁ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post